ଓଡ଼ିଆଙ୍କ ପାଇଁ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ଦାବି କଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ

Top Storise ରାଜ୍ୟ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟିଛନ୍ତି । ଓଡ଼ିଶାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏଓ୍ୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବା ଲାଗି ପ୍ରତିନିଧି ମଣ୍ଡଳ ଅନୁରୋଧ କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସମ୍ପର୍କୀତ ଏକ ପତ୍ର ପ୍ରଦାନ କରିଛନ୍ତି । ୪.୫ କୋଟି ଓଡ଼ିଆଙ୍କ ସମେତ ବାହାରେ କାମ କରୁଥିବା ୧ କୋଟି ପ୍ରବାସୀ ଓଡ଼ିଆ ଲୋକଙ୍କ ବୃହତ ହିତ ଦୃଷ୍ଟିରୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବା ପାଇଁ ସାଂସଦଗଣ ଦାବି କରିଛନ୍ତି ।

ଓଡ଼ିଶା ଭଳି ଅଳ୍ପ କିଛି ରାଜ୍ୟ ସର୍ବଭାରତୀୟ ସ୍ୱାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି । ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା କାରଣରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ବିପର୍ଯ୍ୟସ୍ତ ଆଡକୁ ଗତି କରୁଛି । ଏହାବ୍ୟତିତ ଓଡ଼ିଶାରେ ମେଡିକାଲ ପାଇଁ ଉଯୁପକ୍ତ ସମ୍ବଳ ନଥିବାରୁ ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟାବସ୍ଥା ନାହିଁ ।

ରାଜ୍ୟରେ ଥିବା ଚିକିତ୍ସା ସୁବିଧା ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବାରେ ଅସମର୍ଥ । ତେଣୁ ରାଜ୍ୟରେ ଥିବା ଓଡ଼ିଆଙ୍କ ସମେତ ପ୍ରବାସୀ ଓଡ଼ିଆଙ୍କ ହିତ ପାଇଁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ

ଦେଶର ୨୦ଟି ରାଜ୍ୟ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିସାରିଛନ୍ତି । ହେଲେ ରାଜନୈତିକ ଅଭିସନ୍ଧି କାରଣରୁ ଓଡ଼ିଶା ସରକାର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ଆଗ୍ରହ ନ ଦେଖାଇବା ଓଡ଼ିଆ ଲୋକଙ୍କ ପାଇଁ ବଡ ଚିନ୍ତାର ବିଷୟ ବୋଲି କହିଥିଲେ ସାଂସଦ ବୃନ୍ଦ ।

ଏହି ପ୍ରତିନିଧି ମଣ୍ଡଳୀ ମଧ୍ୟରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀ, ନିତିଶ ଗଙ୍ଗଦେବ, ଅପରାଜିତା ଷଡଙ୍ଗୀ, ସଙ୍ଗୀତା ସିଙ୍ଗଦେଓ ପ୍ରମୁଖ ଉପସ୍ଥିତ ଥିଲେ ।

Loading

Leave a Reply

Your email address will not be published. Required fields are marked *