ଆଜିଠୁ ପ୍ରବଳ ବର୍ଷା, ବଢ଼ିବ ବର୍ଷା ପରିମାଣ…୨୪ ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟ

ଆଜିଠୁ ପ୍ରବଳ ବର୍ଷା । କିଛି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେଇପାରେ। ଆସୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ।

ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । କାଲି ଓ ମଙ୍ଗଳବାର ବିଭିନ୍ନ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ।ଆଜି ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିଭଳି ଆସନ୍ତାକାଲି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ।

୧୯ରେ କୋରାପୁଟ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡା ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ।

ସମୁଦ୍ର ଅଶାନ୍ତ ରହୁଥିବାରୁ ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଅନ୍ୟ ପଟେ ୨୭ ତାରିଖ ଆଡକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *