ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିସଚାର୍ଜ ସମୟରେ ନବୀନ କହିଲେ ଆଇ ଆମ ଫାଇନ ନାଓ । ହସ୍ପିଟାଲରେ ଭଲ ଯତ୍ନ ନେଇଥିବାରୁ ସମ୍ ଅଲ୍ଟିମେଟ୍ ମେଡିକେୟାର ଡାକ୍ତର ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ ।
ମେଡିକାଲ୍ ରୁ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି । ଯେଉଁଥିରେ ସେ କହିଛନ୍ତି ‘ମୁଁ ବିଲକୁଲ ଭଲ ଅଛି। ମୁଁ ଅସୁସ୍ଥ ଥିବାବେଳେ ଯେଉଁମାନେ ମୋ ପାଇଁ ପ୍ରାର୍ଥନା କରିଥିଲେ ତାଙ୍କୁ ଧନ୍ୟବାଦ। ରାଜ୍ୟବାସୀଙ୍କ ଆଶୀର୍ବାଦ ପାଇଁ ଭଲ ଅଛି। ’
ଅସୁସ୍ଥତା କାରଣରୁ କିଛି ଦିନ ପୂର୍ବରୁ ରାଜଧାନୀ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ନବୀନ ପଟ୍ଟନାୟକଙ୍କୁ ଡାକ୍ତର ଡିସଚାର୍ଜ କରିଛନ୍ତି। ନବୀନ ପଟ୍ଟନାୟକ ଡାକ୍ତରଖାନାରୁ ସୁସ୍ଥ ହୋଇ ନବୀନ ନିବାସ ଫେରିଛନ୍ତି।

