ଚାଷୀ ଭାଇ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି

ରାଜ୍ୟ

ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସି ଏମ୍ କିଷାନ ସହାୟତାର ତୃତୀୟ କିସ୍ତି ରେ ୫୧ ଲକ୍ଷ ୫୪ ହଜାର ୧୧୫ ଜଣ କ୍ଷୁଦ୍ର, ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାର, ଅନୁକୂତ ଜନଜାତି ସମୂହ ଓ ସହରାଞ୍ଚଳର କୃଷକଙ୍କୁ ଡି. ବି.ଟି ମାଧ୍ୟମରେ ମୋଟ ୧,୦୪,୧୨୯ କୋଟି ଟଙ୍କା ପ୍ରଦାନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵଦ୍ୟାଳୟ ରେ ପ୍ରାୟ ୫୯ କୋଟି ଟଙ୍କା ବ୍ୟୟରେ ଏକ ‘କୃଷକ ଭବନ’ ଏବଂ କୃଷି ଶିକ୍ଷା ସଦନର ଏକ ‘ଅଭ୍ୟର୍ଥନା ଗୃହ’ ଉଦଘାଟନ ମଧ୍ଯ କରିଛନ୍ତି ଏବଂ କୃଷକ ପଞ୍ଜିକରଣ ଅବଧି ବୃଦ୍ଧି କରିବା ପାଇଁ ଖୁବ ଶୀଘ୍ର ଘୋଷଣା ହେବ ବୋଲି କହିଛନ୍ତି ।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଆସିବା ମାତ୍ରେ ଚାଷୀ ମାନଙ୍କ ପ୍ରସଙ୍ଗକୁ ଗୁରୁତ୍ଵର ସହିତ ବିଚାରକୁ ନେଇଥିଲେ। ତେଣୁ, ତୁରନ୍ତ ପ୍ରଥମ କ୍ୟାବିନେଟରେ ନିର୍ବାଚନ ପ୍ରତିଶୃତି ମୁତବକ ସମୃଦ୍ଧ କୃଷକ ଯୋଜନାକୁ ଅନୁମୋଦନ ଦେଇଥିଲେ। ଏଣୁ ଚାଷୀଙ୍କୁ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ପ୍ରଦାନ କରଯାଇଥିଲା ଏବଂ ରେକର୍ଡ ୯୨ ଲକ୍ଷ ୬୩ ହଜାର ମେଟ୍ରିକ ଟନ ଧାନ ସଂଗ୍ରହ କରିଥିଲା। ଆଉ ଆଜି ରାଜ୍ୟର ୫୧ ଲକ୍ଷରୁ ଅଧିକ କ୍ଷୁଦ୍ର-ନାମମାତ୍ର ଚାଷୀ ଏବଂ ୩୯,୨୩୯ ଭୂମିହୀନ କୃଷି ପରିବାରଙ୍କୁ ସି.ଏମ୍–କିଷାନ୍ ଯୋଜନାର ତୃତୀୟ କିସ୍ତି ଭାବରେ ୧,୦୪୧ କୋଟି ଟଙ୍କା ଡି.ବି.ଟି. ମାଧ୍ୟମରେ ପ୍ରଦାନ କରାଗଲା ।

କେବଳ ଏହି ଗୋଟିଏ ପଦକ୍ଷେପରୁ ପଞ୍ଜୀକୃତ ଚାଷୀଙ୍କ ବାର୍ଷିକ ଆୟରେ ଅତି କମରେ ୩୮ ହଜାର ଟଙ୍କା ଯୋଡି ହୋଇଛି। ସୁଭଦ୍ରା ଯୋଜନାର ଦଶ ହଜାର ଏବଂ ପିଏମ ଓ ସିଏମ କିଶାନର ୧୦ ହଜାର ଟଙ୍କାକୁ ଯୋଡିବେ ତେବେ ସେମାନଙ୍କ ବାର୍ଷିକ ଆୟ ଅତି କମରେ ୫୮ ହଜାର ଟଙ୍କା ବୃଦ୍ଧି ପାଇଛି। କାରଣ, ପ୍ରାୟ ପ୍ରତ୍ଯେକ ସୁଭଦ୍ରା ହିତାଧିକାରୀ ହେଉଛନ୍ତି ଚାଷୀ ପରିବାରର। ଏହା ହେଉଛି ଆମ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Leave a Reply

Your email address will not be published. Required fields are marked *