ଭୁବନେଶ୍ୱର: ରାଜ୍ୟରେ ପାଳିତ ହେଉଛି ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ । ଏହି ପୂଣ୍ୟ ତିଥିରେ ବିଜୁବାବୁଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ଜୟନ୍ତୀରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ।
ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ଜୟନ୍ତୀରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ। ତାଙ୍କ ଓଡ଼ିଆ ସ୍ଵାଭିମାନ ଓ ନୀତିଆଦର୍ଶକୁ ପାଥେୟ କରି ନୂଆ ଓଡ଼ିଶା ଗଠନ ଦିଗରେ ଆମେ ସଙ୍କଳ୍ପବଦ୍ଧ।
pic.twitter.com/Jhspd7Drm7
— Naveen Patnaik (@Naveen_Odisha) March 5, 2021
ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କ ଓଡ଼ିଆ ସ୍ଵାଭିମାନ ଓ ନୀତି ଆଦର୍ଶକୁ ପାଥେୟ କରି ନୂଆ ଓଡ଼ିଶା ଗଠନ ଦିଗରେ ଆମେ ସଙ୍କଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।