ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Top Storise ରାଜ୍ୟ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

ଆଜି ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ସକାଳ ୮ଟା ୩୦ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଅଛି । ଏହି ସମୟରେ ପବନର ବେଗ ୪୦-୫୦ କିଲୋମିଟର ରହିବ । କାଳବୈଶାଖୀ ଭୟକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି । 

ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଏହି ସମୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି । ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *