ରାଜ୍ୟର ଏହି ୭ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା

Top Storise ରାଜ୍ୟ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିିଛି ଆଇଏମ୍‌ଡି। ଏହା ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏହିସବୁ ସ୍ଥାନରେ ଆଇଏମ୍‌ଡି ୟେଲୋ ୱାର୍ଣ୍ଣିଂ ଜାରି କରିିଛି।

ପୂର୍ବାନୁମାନକୁ ବିଚାରକୁ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ଜିଲ୍ଲା କଲେକ୍ଟରମାନଙ୍କୁ ଲୋକଙ୍କୁ ସଚେତନ କରିବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *