ଲଘୁଚାପ ପ୍ରଭାବରେ ରାଜ୍ୟର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Top Storise ରାଜ୍ୟ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପର ପ୍ରଭାବ ଯୋଗୁ ଦକ୍ଷିଣ ଓଡିଶା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର କହିଛି।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଇଏମଡି ଏହିସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଜୁଲାଇ ୧୧ରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଜୁଲାଇ ୧୨ରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଜୁଲାଇ ୧୩ରେ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା।

ଜୁଲାଇ ୧୪ରେ ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା କହିଛି ଆଇଏମ୍‌ଡି ।

Leave a Reply

Your email address will not be published. Required fields are marked *