ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ କରୋନା ନେଇଛି ଆଉ ୯ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Regret to inform of the demise of nine Covid positive patients while under treatment in hospitals.
— H & FW Dept Odisha (@HFWOdisha) September 21, 2020
1.A 48 year old male of Balasore district.
2.A 30 year old female of Jagatsinghpur district who was also suffering from Myesthenia gravis.
୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୪୧୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୬୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୫୬୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।