ଭୁବନେଶ୍ୱର: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ। ଗତକାଲି ସନ୍ଧ୍ୟାରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ଅସୁସ୍ଥତା କାରଣରୁ ତାଙ୍କୁ କିଛି ଦିନ ହେବ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ ତାଙ୍କର ସେଠାରେ ମୃତ୍ୟୁ ହୋଇଛି ।
ସେ ଜଣେ ବରିଷ୍ଠ ଅଭିଜ୍ଞ ରାଜନୀତିଜ୍ଞ ହୋଇଥିବା ବେଳେ ଲୋକଙ୍କ ପ୍ରିୟ ନେତା ମଧ୍ୟ ଥିଲେ । ସେ ସବୁବେଳେ ଲୋକଙ୍କ ଦୁଃଖ ସୁଖରେ ସାମିଲ ହୋଇଥାନ୍ତି । ତାଙ୍କ ପରଲୋକ ଖବର ପାଇ ପରିବାରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମେତ ଅନେକ ନେତା ତାଙ୍କ ପରଲୋକ ଖବର ଶୁଣି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।