ଭୁବନେଶ୍ୱର: ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଏହା ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ କହିଲେ ଅତ୍ୟୁକ୍ତି ହେବ ନାହିଁ। ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ।
*ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ ।
*ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କ ଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା ।