ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ମାସୁଦ ଅଲ୍ଲି ସୂଚନା ଦେଇଛନ୍ତି । ଗତ ୧୪ ତରିଖରେ ଅସୁସ୍ଥତା ଅନୁଭବ କରିବାକୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ତାଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।