20200716-corona

ଭାରତରେ ଦିନକରେ ୯୭ ହଜାରରୁ ଅଧିକ ଆକ୍ରାନ୍ତ

Top Storise ଦେଶ- ବିଦେଶ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୪୬,୫୯,୯୮୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୯୭,୫୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୨୦୧ ଜଣଙ୍କର ମୃତ୍ୟୁ ଘଟିଛି।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୯,୫୮,୩୧୬ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୭୭,୪୭୨ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୩୬,୨୪,୧୯୭ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

Leave a Reply

Your email address will not be published. Required fields are marked *