ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମାନ୍ତସ୍ଥିତ ବାସ୍ତବ ନିୟନ୍ତ୍ରଣ ରେଖାରେ ଉପୁଜିଥିବା ବିବାଦ ସମ୍ବନ୍ଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୫ଟା ବେଳେ ଡାକିଥିବା ସର୍ବଦଳୀୟ ବୈଠକ ପୂର୍ବରୁ ରାଜନୈତିକ ଅସନ୍ତୋଷ ସୃଷ୍ଟି ହୋଇଥିବା ଜଣାପଡ଼ିଛି।
ଏହି ବୈଠକରେ ଯୋଗ ଦେବାକୁ ଆମ୍ ଆଦ୍ମୀ ପାର୍ଟି, ରାଷ୍ଟ୍ରୀୟ ଜନତା ଦଳ ଏବଂ ଏଆଇଏମ୍ଆଇଏମ୍କୁ ନିମନ୍ତ୍ରଣ କରାଯାଇ ନ ଥିବାରୁ ଏ ଭଳି ଅସନ୍ତୋଷ ସୃଷ୍ଟି ହୋଇଥିବା ଜଣାପଡ଼ିଛି।