ଗିରଫ ହେଲେ ଏଏସପି ତ୍ରିନାଥ ମିଶ୍ର, ପତ୍ନୀଙ୍କ ନାଁରେ ମାମଲା ରୁଜୁ

Top Storise ଅପରାଧ ରାଜ୍ୟ

ଭୁବନେଶ୍ୱର: ବନ୍ଧା ହେଲେ ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସପି ତ୍ରିନାଥ ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହା ସହିତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଛି ଭିଜିଲାନ୍ସ ।

ଭିଜିଲାନ୍ସ ସୂଚନା ଅନୁସାରେ, ତ୍ରିନାଥ ମିଶ୍ରଙ୍କ ମୋଟ ୧୧ କୋଟି ୨ଲକ୍ଷର ସମ୍ପତ୍ତି ଠାବ ହୋଇଛି । ସେଥିମଧ୍ୟରୁ ୮କୋଟି ୬୧ ଲକ୍ଷ ଆୟ ବହିର୍ଭୂତ ସମ୍ପତ୍ତି ରହିଛି ।

ଭିଜିଲାନ୍ସ ବିଭାଗ ପକ୍ଷରୁ ମଙ୍ଗଳବାର ଏଏସପି ତ୍ରିନାଥଙ୍କ ଘର ସମେତ ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରିଥିଲା । ତାଙ୍କ ଠାରୁ ୧ କୋଟି ୧୦ ଲକ୍ଷ ଟଙ୍କାର ଏକ ବିଏମଡବ୍ଲ୍ୟୁ କାର ଜବତ କରାଯାଇଛି। ଏହା ସହିତ ୧୭ ଲକ୍ଷର ହୁଣ୍ଡାଇ କ୍ରେଟା କାର୍, ମାରୁତି ବାଲେନୋ କାର୍, ସେଭ୍ରୋଲେ ଟ୍ରେଲବ୍ଲେଜର କାର୍ର ଏବଂ ୫.୩ ଲକ୍ଷର ଏଞଜ ୨୫୦ ହୋସୁଙ୍ଗ ବାଇକ, ୧ ଲକ୍ଷ ୭୫ ହଜାର ମୂଲ୍ୟର ବୁଲେଟ ଓ ୨୦ ଲକ୍ଷ ଟଙ୍କାର ଟ୍ରମ୍ଫ ରକେଟ ବାଇକ୍ ଜବତ କରାଯାଇଛି।

ଚଣ୍ଡିଖୋଲରେ ତାଙ୍କର ଏକ ହସ୍ପିଟାଲ୍ ଥିବା ବେଳେ ଟ୍ରାନ୍ସପୋର୍ଟ ଓ ଔଷଧ ବେପାର ମଧ୍ୟ ଚଲାଇଥିଲେ। ହସ୍ପିଟାଲ ବ୍ୟବସାୟ ତ୍ରିନାଥଙ୍କ ପତ୍ନୀଙ୍କ ନାଁରେ ରହିଛି। କଟକ ମହାନଦୀ ବିହାରରେ ତ୍ରିନାଥଙ୍କ ପୁଅଙ୍କ ନାଁରେ ଔଷଧ ଉଦ୍ୟୋଗ ରହିଛି। ଭୁବନେଶ୍ୱରର ରସୁଲଗଡ଼ ମନୋରମା ଇଷ୍ଟେଟରେ ତାଙ୍କର ଏକ ୩ଈଐକ ଫ୍ଲାଟ ଥିବା ବେଳେ ବଡ଼ଚଣାରେ ଏକ ଶାନ୍ତିଲତା ଫାର୍ମ ହାଉସ୍ ରହିଛି।

Leave a Reply

Your email address will not be published. Required fields are marked *