ସାବଧାନ୍! ରାଜ୍ୟରେ ଘଡ଼ଘଡ଼ି ସହ ହେବ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Top Storise ରାଜ୍ୟ

ଭୁବନେଶ୍ୱର: ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୮ଟି ଜିଲ୍ଲାଗୁଡ଼ିକ ହେଉଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ନୟାଗଡ଼ ।

ଅନ୍ୟପଟେ ୧୭/୧୮ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ ସମ୍ଭାବନା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ତେବେ ୧୭ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୧୮ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ମୌସୁମୀ ଏବେ ଦୁର୍ବଳ ରହିଥିବାରୁ ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ। ମୌସୁମୀ ବର୍ଷା କଥା ଯଦି ଦେଖିବା ଜୁନ୍ ପହିଲାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଭାବେ ୧୦୪୪.୯ ମିମି ବର୍ଷା ହେବା କଥା। ମାତ୍ର ଚଳିତବର୍ଷ ଏହି ସମୟ ମଧ୍ୟରେ ୧୦୯୦.୪ ମିମି ବର୍ଷା ରେକର୍ଡ କରାଯାଇଛି।

Leave a Reply

Your email address will not be published. Required fields are marked *