ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

Top Storise ରାଜ୍ୟ

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କର ସୋମବାର ଦିନ ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

“ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ୱତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଭଜନ ଓ ଚଳଚ୍ଚିତ୍ର ଜଗତରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି” ବୋଲି ଟ୍ବିଟ କରିଛନ୍ତି।

ସୂଚନାଯୋଗ୍ୟ, କୋଭିଡ୍ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅମରେନ୍ଦ୍ର ମହାନ୍ତି । ଗତ କିଛି ଦିନ ହେବ ସେ ଭେଣ୍ଟିଲେଟରରେ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ପ୍ରାଣତ୍ୟାଗ କରିଛନ୍ତି ।

ତେବେ ତାଙ୍କ ବିୟୋଗରେ ଓଲିଉଡ୍ ସମେତ ସଙ୍ଗୀତ ଦୁନିଆରେ ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *