କାଲି ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

Top Storise ରାଜ୍ୟ

ପୁରୀ : ଆସନ୍ତାକାଲି ପୁରୀ ଜିଲ୍ଲା ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ୨୧ଟି ପଞ୍ଚାୟତର ୧୯ ହଜାର ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ପ୍ରତ୍ୟେକ ପଞ୍ଚାୟତର ୨ଟି ସ୍କୁଲରେ କାର୍ଡ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁର୍ତ୍ତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାପାଳ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତ କରି ନିର୍ବାଚିତ ପ୍ରତିନିଧିଙ୍କ ସହ ଆଲୋଚନା କରିବା ସହ ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି । ବ୍ଲକରେ ବିଭିନ୍ନ ସ୍ଥାନରେ ଜମା ହୋଇଥିବା ଅଳିଆ ଆବର୍ଜନାକୁ ହଟାଯାଇ ପରିଷ୍କାର ମଧ୍ୟ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ପୁରୀ ଜିଲ୍ଲାପାଳ ।

Leave a Reply

Your email address will not be published. Required fields are marked *