ଭୁବନେଶ୍ୱର : ଗୋଟିଏ ପଟେ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଉପକୂଳ ଓଡ଼ିଶାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ରୌଦ୍ରତାପ । ତେବେ ଏହାରି ମଧ୍ୟରେ ଏକ ଆଶ୍ୱସ୍ତିକର ଆସିଛି । ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
