୩ ଦିନ ପ୍ରବଳ ବର୍ଷା: ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ ଛୁଟି

ରାଜ୍ୟ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆହୁରି ୩ ଦିନ ପ୍ରବଳ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଏହା ଆସନ୍ତା ୨୪ ଘଣ୍ଟାରେ ଅଧିକା ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଅତି ପ୍ରବଳରୁ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ । ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହି ତିନି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ ଛୁଟି । ଅଙ୍ଗନବାଡ଼ି ସହ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।ମାଲକାନଗିରିରେ ଆଜି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା ହୋଇଛି । ରେଡ୍ ଆଲର୍ଟ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ । ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି ହୋଇଛି । ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଆଜି ଗୋଟିଏ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି ।

Leave a Reply

Your email address will not be published. Required fields are marked *