ଭାରତରେ ୨୪ ଘଣ୍ଟାରେ ୨୪ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୨୦ ହଜାର ସୁସ୍ଥ

Top Storise ଦେଶ- ବିଦେଶ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳ ବାର ଦିନ ଏହି ସଂଖ୍ୟା ୧,୧୪,୦୯,୮୩୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୪,୪୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୩୧ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୨୦,୧୯୧।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨,୨୩,୪୩୨ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୮,୮୫୬ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୧,୧୦,୨୭,୫୪୩ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Leave a Reply

Your email address will not be published. Required fields are marked *