ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ନୂଆ ୨୬ ହଜାର ୨୯୧ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ମୋଟ ସଂକ୍ରମିତ ସଂଖ୍ୟା ୧,୧୩,୮୫,୩୩୯କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୬,୨୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୧୮ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୧୭,୪୫୫।
ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨,୧୯,୨୬୨ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୮,୭୨୫ ଜଣ ପ୍ରାଣ ହରାଇଛନ୍ତି।
ଆହୁରି ମଧ୍ୟ ସମସ୍ତ ୧,୧୦,୦୭,୩୫୨ ଜଣ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।