ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କରୋନା

Top Storise ଦେଶ- ବିଦେଶ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡାକ୍ତରମାନେ ତାଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ପ୍ରକାଶ।

୭୭ ବର୍ଷୀୟ ଭଟ୍ଟାଚାର୍ଯ୍ୟଙ୍କ ପତ୍ନୀ ମୀରା ଭଟ୍ଟାଚାର୍ଯ୍ୟ ମଧ୍ୟ ଏହି ସଂକ୍ରମଣ ପାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ମଙ୍ଗଳବାର ସନ୍ଧ୍ୟାରେ ତାଙ୍କୁ ନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ବୋଲି ସେମାନେ କହିଛନ୍ତି।

ମଙ୍ଗଳବାର ଦିନ ଏକ ସୂତ୍ରରୁ ପ୍ରକାଶ ଯେ, ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ତାଙ୍କ ପତ୍ନୀ ଏବଂ ସେମାନଙ୍କ ସେବକଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଥିଲା ଏବଂ ସେମାନଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ୍‌ ଆସିଥିଲା।

Leave a Reply

Your email address will not be published. Required fields are marked *