ସୃଷ୍ଟି ହେଲା ଲଘୁଚାପ: ୨୪ଘଣ୍ଟାରେ ଅବପାତ

ରାଜ୍ୟ

ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟାରେ ଏହା ଅବପାତ ରୂପ ନେବା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ୩ ଜିଲ୍ଲାରେ ଭୀଷଣ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ବିଜୁଳୀ ଘଡଘଡି ସହ ପବନର ବେଗ ୩୦ ରୁ ୪୦ କିମି ରହିବାର ଆଶଙ୍କା ରହିଛି ।

ଆସନ୍ତାକାଲି ଭୀଷଣ ବର୍ଷା ନେଇ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । କଳାହାଣ୍ଡି, ରାୟଗଡ଼ା ,ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ସହ ବାକି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଚି ଆଂଚଳିକ ପାଣିପାଗ କେନ୍ଦ୍ର ।

୨୪ ଘଣ୍ଟାରେ ମାଲକାନାଗିରି,କୋରାପୁଟ,ରାୟଗଡ଼ା,ଗଜପତି ଜିଲରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ଏଥିସହ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟଲୋ ଆଲର୍ଟ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *