ଏଥର ମିଳିବ ୧୦୦୦ ଟଙ୍କା ଭତ୍ତା

Top Storise ରାଜ୍ୟ

ଭୁବନେଶ୍ବର: ମଧୁବାବୁ ପେନସନ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏବେ ଆଉ ମିଳିବ ନାହିଁ ୫୦୦ ଟଙ୍କା। ଏବେ ସର୍ବନିମ୍ନ ୧୦୦୦ ଟଙ୍କା ପାଇବେ ହିତାଧିକାରୀ। ଏନେଇ ଆଜି ଖୋଦ୍ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଘୋଷଣା ମୁତାବକ ଏବେ ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ଅର୍ଥାତ ମଧୁବାବୁ ପେନସନ୍ ଯୋଜନାରେ ଏବେ ହିତାଧିକାରୀ ସର୍ବନିମ୍ନ ୧ ହଜାର ଟଙ୍କା ମାସିକ ପାଇବେ। ଏହାସହ ଫେବ୍ରୁଆରି ୨୦-୨୫ ତାରିଖ ମଧ୍ୟରେ ହିତାଧିକାରୀମାନେ ବର୍ଦ୍ଧିତ ପେନସନ ପାଇବେ । ଏନେଇ ରାଜ୍ୟ ସରକାର ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ। ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବ୍ରୁଆରି ମାସର ପେନସନ ଫେବ୍ରୁଆରି ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ମଧୁବାବୁ ପେନସନ ବୃଦ୍ଧି ନେଇ କିଛିଦିନ ପୂର୍ବରୁ ବିରୋଧୀ ବାରମ୍ବାର ଦାବି କରୁଥିଲେ। ଯାହାକୁ ଆଜି ମୁଖ୍ୟମନ୍ତ୍ରୀ କାର୍ଯ୍ୟରେ ପରିଣତ କରିଛନ୍ତି।

Leave a Reply

Your email address will not be published. Required fields are marked *