ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୧,୧୨,୪୪,୭୮୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୫,୩୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୭୭ ଜଣଙ୍କର ମୃତ୍ୟୁ ଘଟିଛି। ସୁସ୍ଥ ହୋଇଛନ୍ତି ୧୬,୫୯୬ ଜଣ।
ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧,୮୭,୪୬୨ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୭,୯୩୦ ଜଣ ପ୍ରାଣ ହରାଇଛନ୍ତି।
ଆହୁରି ମଧ୍ୟ ସମସ୍ତ ୧,୦୮,୯୯,୩୯୪ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।