ଓଡ଼ିଶାର ପ୍ରଥମ ମହିଳା, ରାଜ୍ୟପାଳ ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକ

Top Storise ରାଜ୍ୟ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ଦେହାନ୍ତ ହୋଇଯାଇଛି । ରାଜ୍ୟର ପ୍ରଥମ ମହିଳାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ରାଜ୍ୟପାଳଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ସୁଶୀଳାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ।


ଚଳିତ ନଭେମ୍ବର ୨ ତାରିଖରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ସହ ତାଙ୍କ ପତ୍ନୀ ଓ ୪ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାପରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ । ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ସୁଶୀଳା ଦେବୀଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *