ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର।
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଲୋକସେବା ଭବନରେ ‘ ଆମ ଶାସନ ‘ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଜନସେବାର ଏହି ନୂତନ ବ୍ୟବସ୍ଥା ଦ୍ୱାରା କ୍ଷେତ୍ର ପରିଦର୍ଶନ ସମୟରେ ସରକାରୀ ଅଧିକାରୀମାନେ ମୋବାଇଲ ଆପ୍ ଏବଂ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଟେଲିଫୋନ ମାଧ୍ୟମରେ ନାଗରିକମାନଙ୍କ ମତାମତ ନେବେ। ଏଥିସହ ସାଧାରଣ ଜନତା ବିଭିନ୍ନ ସରକାରୀ ସେବା ନେଇ ‘ଆମ ଶାସନ’ ବ୍ୟବସ୍ଥା ଅନ୍ତର୍ଗତ ସାମାଜିକ ଗଣମାଧ୍ୟମ, ହ୍ୱାଟ୍ସ ଆପ୍ ଚାଟ୍ (+91-7400221903), ୱେବସାଇଟ ଚାଟ୍ ବଟ୍ ଏବଂ ଟୋଲ ଫ୍ରି ନମ୍ବର 14471 ମାଧ୍ୟମରେ ନିଜର ମତାମତ ଜଣାଇପାରିବେ
ଜନତାଙ୍କ ନିକଟରେ ସମସ୍ତ ସରକାରୀ ସେବା କିପରି ପହଞ୍ଚିବ ଯୋଜନାର ସଫଳ ରୂପାୟନ କିପରି ହେବ ସମସ୍ୟା ଥିଲେ କିଭଳି ସମାଧାନ ହେବ ଜନତାଙ୍କ ଠାରୁ ସରକାର ସିଧାସଳଖ ମତାମତ ନେବେ । ମୁଖ୍ୟମନ୍ତ୍ରୀ ସମସ୍ତ ମନ୍ତ୍ରୀ ଓ ଅଧିକାରୀ ମାନେ ଜନତାଙ୍କୁ ଫୋନ୍ କରି ମତାମତ ନେବେ। ମୋବାଇଲକ୍ ଆପ୍ ମାଧ୍ୟମରେ ନିଆଯିବ ମତାମତ।
ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ।

