ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ

Top Storise ଦେଶ- ବିଦେଶ

ମୁମ୍ୱାଇ : ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଓଡିଆ ଭାବେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ସକାଳ ୧୦ଟା ୫୯ରେ ଓପନିଂ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ। ଓପନିଂ ବେଲ୍ ରିଂ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଲାଲ ଷ୍ଟ୍ରିଟରେ ଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜକୁ ନବୀନଙ୍କର ଏହା ଥିଲା ପ୍ରଥମ ଗସ୍ତ ।

ସାଧାରଣତଃ ଷ୍ଟକ୍ ଏକ୍ସଚେଞ୍ଜରେ କୌଣସି କଂପାନୀର ଲିଷ୍ଟିଂ ହେଲେ କିମ୍ବା IPO ଇସ୍ୟୁ ହେଲେ କମ୍ପାନୀର କର୍ମକର୍ତ୍ତା ଓ ପ୍ରମୋଟର ବେଲ ରିଂ କରିଥାନ୍ତି । ଏହାସହ କୌଣସି ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏସଇ ବେଲ୍ ବଜାଇ ସ୍ୱାଗତ କରିଥାଏ ।

ଓଡିଶରେ ଶିଳ୍ପାୟାନ ସହ ରୋଜଗାର ସୃଷ୍ଟି କରିବାପାଇଁ ମୁଖ୍ୟମନ୍ତ୍ରୀ ପ୍ରୟାସ କରୁଛନ୍ତି । ଗତକାଲି ମୁମ୍ବାଇରେ ଓଡିଶା ଇନଭେଷ୍ଟର ମିଟ ରେ ଯୋଗଦେଇଥିଲେ । ଓଡିଶା ରେ ପୁଞ୍ଜିନିବେଶ ପାଇଁ ଶିଳ୍ପପତି ମାନଙ୍କୁ ଆହ୍ୱାନ ଦେଇଥିଲେ । Make in Odisha 2022 କୁ ସଫଳ କରିବାକୁ ଶିଳ୍ପପତି ମାନଙ୍କ ସହଯୋଗ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *