୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ , ସ୍ଥିତି ଅନୁଧ୍ୟାନ କଲେ ନଗର ଉନ୍ନୟନ ମନ୍ତ୍ରୀ

Top Storise ରାଜ୍ୟ

କଟକ :  ଆସନ୍ତା ୧୩ ତାରିଖରେ କଟକ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟକରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ମାର୍ଡ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଗୁଆ ସମୀକ୍ଷା କରିବା ସହ ବାଲିଯାତ୍ରା ପଡ଼ିଆ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।

ଅନ୍ୟପଟେ ମନ୍ତ୍ରୀ ସମୀକ୍ଷା କରିବା ସମୟରେ ତାଙ୍କ ସହିତ କଟକ ମହାନନଗର ନିଗମ କମିଶନର ଅନନ୍ୟା ଦାସ, ଡିସିପି ପ୍ରତୀକ ସିିଂ , ଜିଲ୍ଲା ବିଜେଡି ସଭାପତି ଦେବାଶିଷ ସାମନ୍ତାରାୟ , ସିଏମସି ପୂର୍ବତନ ସ୍ୱାସ୍ଥ୍ୟ କମିଟି ଅଧ୍ୟକ୍ଷ ରଞ୍ଜନ ବିଶ୍ୱାଳ ଏବଂ ଜିଲ୍ଲା ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ସଫଳ ହେବା ସମ୍ପର୍କରେ ଆଲୋଚନା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଏହି ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ୧୦୦ ଉର୍ଦ୍ଧ୍ବ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ। ଏହା ସହ ସହରରେ ନୂଆ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟ ମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ବୋଲି ଡିସିପି ପ୍ରତୀକ ସିଂ କହିଛନ୍ତି।

Leave a Reply

Your email address will not be published. Required fields are marked *