କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

Top Storise ରାଜ୍ୟ

ଭୁବନେଶ୍ୱର : କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ୟ୍ୟକାରୀ ହେବ ।

ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Leave a Reply

Your email address will not be published. Required fields are marked *