ଅମାବାସ୍ୟାରେ ହେବ ସୂର୍ଯ୍ୟପରାଗ, ଶ୍ରୀମନ୍ଦିରରେ କିଭଳି ହେବ ଦେବନୀତି

Top Storise ରାଜ୍ୟ

ପୁରୀ : କାର୍ତ୍ତିକ ମାସରେ ପଡ଼ୁଛି ଉଭୟ ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣ । ଅମାବାସ୍ୟା ତିଥିରେ ସୂର୍ଯ୍ୟ ପରାଗ ହେବା ସହ ପୂର୍ଣ୍ଣିମା ତିଥିରେ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଶ୍ରୀମନ୍ଦିରରେ କିଭଳି ଦେବନୀତି ସମ୍ପନ୍ନ ହେବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଅକ୍ଟୋବର ୨୫ରେ ଦୀପାବଳୀ ଅମାବାସ୍ୟାରେ ପଡ଼ୁଛି ସୂର୍ଯ୍ୟପରାଗ।‌ ଦିନ ଅପରାହ୍ନ ୪ଟା ୫୬ ମିନିଟ୍ ୫୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ।

ତେଣୁ ଏହି ଦିନ ଭୋର ୪ଟା ୫୭ ରୁ ଅନ୍ନଭୋଜନ, ପାକତ୍ୟାଗ ଓ ଦେବନୀତି ନିଷେଧ କରାଯାଇଛି।‌ ଏନେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର‌ ନୀତିକାନ୍ତିରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଗ୍ରହଣ ସ୍ପର୍ଶ ପରେ ମହାପ୍ରଭୁଙ୍କର ଗ୍ରହଣ ମହାସ୍ନାନ ଆରମ୍ଭ ହେବ। ଗ୍ରହଣ ଭୋଗ ନୀତି ବଢ଼ିବା ପରେ ଅନ୍ୟାନ୍ୟ ନୀତିକାନ୍ତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ।

ସେହିପରି ଆସନ୍ତା ନଭେମ୍ବର ୮ରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଏହି ଦିନ ଅପରାହ୍ନ ୨ଟା ୩୮ ମିନିଟ୍ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରୁଛି। ତେଣୁ ଏହି ଦିନ ସକାଳ ୮ଟା ୨୯ ରୁ ଅନ୍ନଭୋଜନ, ପାକତ୍ୟାଗ ଓ ଦେବନୀତି ନିଷେଧ କରାଯାଇଛି। ଏହି ଗ୍ରହଣ ସର୍ବମୋକ୍ଷ ସନ୍ଧ୍ୟା ୬ଟା ୧୮ ମିନିଟ୍ ୪୭ ସେକେଣ୍ଡରେ ହେବ। ଏଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ଅନୁଯାୟୀ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ, ଗ୍ରହଣ ଭୋଗ ନୀତି ପରେ ଅନ୍ୟାନ୍ୟ ନୀତି କାନ୍ତି ହେବ । ସେହିଭଳି ଅନ୍ୟ ଦେବାଦେବୀ ମନ୍ଦିରରେ ଗ୍ରହଣ ସର୍ବମୋକ୍ଷ ପରେ ନୀତିକାନ୍ତି କରାଯିବ ।

ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକଙ୍କ ମତ ଅନୁସାରେ ଚଳିତ ୨୫ ତାରିଖ ମଙ୍ଗଳବାର ଦିବା ୪ଟା ୫୬ ମିନିଟ ୫୨ ସେକେଣ୍ଡରେ ସୂର୍ଯ୍ୟ ପରାଗ ପୁରୀକୁ ସ୍ପର୍ଶ କରିବ । ସନ୍ଧ୍ୟା ୬ଟା ୨୬ ମିନିଟ ୫୨ ସେକେଣ୍ଡରେ ସୂର୍ଯ୍ୟ ପରାଗ ସର୍ବମୋକ୍ଷ ହେବା ସହ ଏକ ଘଣ୍ଟା ୩୦ ମିନିଟ୍ ଧରି ଏହି ସୂର୍ଯ୍ୟ ପରାଗର ସମୟ ଅବଧି ରହିବ । ଏହି ସମୟରେ ମେଷ, ତୁଳା, ବିଛା, ମକର, କୁମ୍ଭ ଓ ମୀନ ରାଶିର ଲୋକେ ଗ୍ରହଣ ଦର୍ଶନ କରିବା ଅଶୁଭ ବୋଲି ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ମତ ରଖିଛନ୍ତି ।

Leave a Reply

Your email address will not be published. Required fields are marked *