ଏଥର ମାଟ୍ରିକ ପରୀକ୍ଷାରେ କଡାକଡି ନିୟମ, କପି ପାଇଁ ଜଗିବ AI

Top Storise ରାଜ୍ୟ

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର କରାଯାଇଛି। ଏଥି ସହ ପରୀକ୍ଷାକୁ କଡାକଡି ଭାବେ ପରିଚାଳିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ହେଉଥିବା କପି ଏବଂ ପରିଚାଳନାରେ ତ୍ରୁଟିଗୁଡ଼ିକୁ ରୋକିବା ପାଇଁ ସେଣ୍ଟରଗୁଡ଼ିକରେ AI ଆଧାରିତ ସିସିଟିଭି ଲଗାଯିବ। ଶିକ୍ଷା ପରିଷଦର ଏହି ପଦକ୍ଷେପ ଦ୍ୱାରା ପରୀକ୍ଷା ପରିଚାଳନାରେ ସୁଦାର ଏବଂ ସଂସ୍କାର ଆସିପାରିବ ବୋଲି ଆଶା କରାଯାଉଛି । ଏଥିପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ର ଏବଂ ନୋଡାଲ ସେଣ୍ଟରରେ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ଲଗାଯାଇଛି । ଦେଶର ପ୍ରଥମ ବୋର୍ଡ ଭାବେ BSE ବ୍ୟବହାର କରିବ AI।ସେହିପରି ଯଦି କୌଣସି ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନଜରକୁ ଆସେ ତାହାହେଲେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ଏଥିପାଇଁ ଦାୟୀ ରହିବେ ଏବଂ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପଟେ ମୋବାଇଲ୍ ପ୍ରବେଶ ଉପରେ କଟକଣା ଲଗାଯାଇଛି।

ପରୀକ୍ଷା କେନ୍ଦ୍ର ପରିଚାଳକଙ୍କ ବ୍ୟତୀତ ପରୀକ୍ଷା ଚାଲିଥିବା ସମୟରେ ଅନ୍ୟ କେହି କେନ୍ଦ୍ର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ସେହିପରି ପ୍ରଶ୍ନପତ୍ର ଥିବା ଆଲମାରିର ଚାବିକାଠି କେନ୍ଦ୍ର କୌଣସି ପ୍ୟାକେଟ୍ କିମ୍ବା କାଗଜପତ୍ର ଯାଞ୍ଚ କରିବାକୁ ଦେବା ପୂର୍ବରୁ ସମ୍ପୃକ୍ତ ଅଧିକାରୀଙ୍କ ପରିଚୟ ସମ୍ପର୍କରେ ପରିଚାଳକ ଭଲ ଭାବେ ଜାଣିଥିବା ଆବଶ୍ୟକ। ଅଚିହ୍ନା ବ୍ୟକ୍ତିକୁ ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ ଲାଗି ଅନୁମତି ନ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *