ରାଜ୍ୟର ୨୩ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Top Storise ରାଜ୍ୟ

ଭୁବନେଶ୍ୱର: ବୁଧବାର ଦିନ ରାଜ୍ୟର ଅତି କମରେ ୨୩ ଟି ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି।

୩୦ରୁ ୪୦ କିଲୋମିଟର ବେଗରେ ବେଗରେ ପବନ ବହିବା ସହିତ ଅଧିକାଂଶ ଉପକୂଳ ଏବଂ ଦକ୍ଷିଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଉତ୍ତର ଏବଂ ପଶ୍ଚିମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି।

ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ, ତେଣୁ ଏହି ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ଯଥେଷ୍ଟ ହ୍ରାସ ପାଇବ।

ଆଇଏମଡି ରାଜ୍ୟର ଏହିସବୁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେଓଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ

କଟକ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଳଇ ପାଣିପାଗ ବିଭାଗ କହିଛି।

Leave a Reply

Your email address will not be published. Required fields are marked *