ଭୁବନେଶ୍ୱର: ଓଡିଶାର ୭ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର।
ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ଅନୁଗୁଳ, କେନ୍ଦୁଝର ଏବଂ ଦେଓଗଡରେ ଆକାଶ ମେଘାଚ୍ଛନ୍ନ ରହିବ।
ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।